ଯୁବ ସାମ୍ବାଦିକ ଅରିନ୍ଦମ ଦାସ ଙ୍କ ଅକାଳ ବିୟୋଗ ରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଙ୍କ ଶୋକ ପ୍ରକାଶ

କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ୍ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ ଯୋଗେ ଶୋକବ୍ୟକ୍ତ କରିଛନ୍ତି । ଓଡିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ।କଟକ ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ଦନ୍ତା ହାତୀକୁ ଉଦ୍ଧାର କରିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିବା ଓଟିଭି ସାମ୍ବାଦିକ ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ ଘଟିଛି । ତାଙ୍କ ବିୟୋଗରେ ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ମହଲରେ ଶୋକ ପ୍ରକାଶ କରାଯାଇଛି ।

ସେହିଭଳି ସାମ୍ବାଦିକ ଅରିନ୍ଦମ୍ ଦାସଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି । ସେ ଲେଖିଛନ୍ତି, ଓଟିଭିର ଯୁବ ସାମ୍ବାଦିକ ତଥା ମୋର ବନ୍ଧୁ ଅରିନ୍ଦମ୍ ଦାସଙ୍କ ସହ ଏକ ଅଭାବନୀୟ ଘଟଣାରେ ଅକାଳ ବିୟୋଗ ଖବର ଶୁଣି ସେ ବ୍ୟକ୍ତିଗତ ଭାବେ ଦୁଃଖିତ ଓ ମର୍ମାହତ । ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ୍ ହୋଇଛି । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଧର୍ମେନ୍ଦ୍ର ସମବେଦନା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି ଧର୍ମେନ୍ଦ୍ର ଲେଖିଛନ୍ତି ।

Comments (0)
Add Comment