ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଉଭୟ ଡିଜିପି ସମ୍ମିଳନୀରେ ଯୋଗ ଦେବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ନଭେମ୍ବର ୨୯ରୁ ପ୍ରଥମ ଥର ପାଇଁ ଭୁବନେଶ୍ବରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ରାଜ୍ୟଗୁଡିକର ସୁରକ୍ଷା ବ୍ୟବସ୍ଥାକୁ ନେଇ ଆଲୋଚନା ହେବ। ମାଓ ଦମନ, ଅପରାଧ ନିୟନ୍ତ୍ରଣ, ଭିତ୍ତିଭୂମି ବିକାଶ, ମାନବସମ୍ବଳ, ନୂଆ ଜ୍ଞାନକୌଶଳର ଉପଯୋଗକୁ ଗୁରୁତ୍ୱ ଦିଆଯିବ।