ଓଡିଶା ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ଵର: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି। ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ସମ୍ଭାବନା ଥିବା ସୂଚନା ମିଳିଥିଲା। ହେଲେ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶାରେ ମୌସୁମୀ ପହଞ୍ଚିଛି। ଗତ ୩୦ ତାରିଖରେ କେରଳ ଉପକୂଳ ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ୮ ଦିନ ପରେ ଆଜି ଓଡ଼ିଶାରେ ପ୍ରବେଶ କରିଛି। ଅନ୍ୟପଟେ ଆସନ୍ତା ୧୮ ଏବଂ ୧୯ ତାରିଖରେ ପାଗ ଅନୁକୂଳ ରହିବ। ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ରହିଛି। ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି।