ଜେସିବି ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଅନ୍ତର୍ଗତ ନରେନ୍ଦ୍ରପୁର ଉପକଣ୍ଠ ଟାଟା କଲୋନୀ ମୁଖ୍ୟ ରାସ୍ତାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଜେସିବି ଧକ୍କାରେ ମିଲନ୍ ପ୍ରଧାନ ନାମକ ଜଣେ ଯୁବକଙ୍କର ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଶୀତଳାପଲ୍ଲୀ ଗ୍ରାମର ମିଲନ୍ ନିଜ ମୋଟରସାଇକେଲ୍‌ରେ ନରେନ୍ଦ୍ରପୁର ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଜେସିବି ଗାଡ଼ି ତାଙ୍କୁ ଜୋରଦାର୍ ଧକ୍କା ଦେଇଥିଲା। ଫଳରେ ସେ ଗୁରୁତର ଆହତ ହୋଇ ରାସ୍ତା ଉପରେ ପଡ଼ିରହିଥିଲେ। ପ୍ରତ୍ୟକ୍ଷଦର୍ଶୀ ଓ ସ୍ଥାନୀୟ ଲୋକେ ତାଙ୍କୁ ତୁରନ୍ତ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ନେଇଥିଲେ ହେଁ, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଦୁର୍ଘଟଣା ସମ୍ପର୍କରେ ମୃତ ମିଲନ୍‌ଙ୍କ ଭାଇ ପୃଥିବୀ ପ୍ରଧାନ ଚମାଖଣ୍ଡି ଥାନାରେ ଏକ ଅଭିଯୋଗ ଦାୟର କରିଛନ୍ତି। ଅଭିଯୋଗକୁ ଆଧାର କରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦ୍ୱୟକୁ ଜବତ କରିଛି। ଏହା ସହ ଡାକ୍ତରଖାନାରେ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।