ହକି ସ୍ୱର୍ଣ୍ଣ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଜାପାନ ଏସୀୟ କ୍ରୀଡ଼ାରେ ଐତିହାସିକ ସ୍ୱର୍ଣ୍ଣ ପଦକ ହାସଲ କରି ଦେଶ ପାଇଁ ଗୌରବ ଆଣିଥିବା ଭାରତୀୟ ହକି ତାରକାଙ୍କୁ ନବୀନ ନିବାସରେ ସମ୍ବର୍ଦ୍ଧିତ କରାଯାଇଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଭାରତୀୟ ପୁରୁଷ ଓ ମହିଳା ହକି ଦଳର ଖେଳାଳିମାନଙ୍କୁ ସାକ୍ଷାତ କରି ସେମାନଙ୍କ ଅସାଧାରଣ ସଫଳତା ପାଇଁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି। ହକି ଇଣ୍ଡିଆର ଅଧ୍ୟକ୍ଷ ଦିଲୀପ ତିର୍କୀଙ୍କ ଉପସ୍ଥିତିରେ ଆୟୋଜିତ ଏହି ସମ୍ବର୍ଦ୍ଧନା ଉତ୍ସବରେ ନବୀନ ପଟ୍ଟନାୟକ ଉଭୟ ଦଳର ଖେଳାଳିଙ୍କ ପ୍ରଦର୍ଶନକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଓଡ଼ିଶା ସଦାସର୍ବଦା ଭାରତୀୟ ହକିର ବିକାଶ ଓ ପ୍ରୋତ୍ସାହନ ପାଇଁ ନିରନ୍ତର କାର୍ଯ୍ୟ କରିଆସିଛି ଏବଂ ଖେଳାଳିମାନଙ୍କର ଏହି ସଫଳତା ସମଗ୍ର ଦେଶ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ। ନବୀନ ନିବାସରେ ପହଞ୍ଚି ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ଖେଳାଳିମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା।