ଭୋଟ ଦେବାକୁ ନବୀନଙ୍କ ଆହ୍ୱାନ

ଭୁବନେଶ୍ବର : ଆଜି ଦେଶର ପଞ୍ଚମ ଓ ଓଡ଼ିଶାର ଦ୍ବିତୀୟ ପର୍ୟ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ରାଜ୍ୟର ୫ଟି ଲୋକସଭା ଆସନ  ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ ଏହା ଅଧିନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀର ଲୋକ ସେମାନଙ୍କ ନେତା ବାଛୁଛନ୍ତି। ରାଜ୍ୟରେ ଦ୍ବିତୀୟ ପର୍ୟ୍ୟାୟ ଭୋଟ୍ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଏକ୍ସ’ରେ ଲେଖିଛନ୍ତି ’ ଆପଣଙ୍କ ଭୋଟ୍, ଆପଣଙ୍କ ଅଧିକାର। ଗଣତନ୍ତ୍ରର ମହାପର୍ବ ସାଧାରଣ ନିର୍ବାଚନ ୨୦୨୪ ରେ ସାମିଲ ହୋଇ ନିଜ ମତାଧିକାର ସାବ୍ୟସ୍ତ କରନ୍ତୁ। ନିଜେ ମତଦାନ କରିବା ସହ ଏଦିଗରେ ଅନ୍ୟମାନଙ୍କୁ ଉତ୍ସାହିତ କରନ୍ତୁ।’ ଆଜି ୫ ଲୋକସଭା କ୍ଷେତ୍ର ପାଇଁ ମୋଟ ୪୦ ଜଣ ପ୍ରାର୍ଥୀ ଥିବାବେଳେ ୩୫ଟି ବିଧାନସଭା ଆସନ ପାଇଁ ମୋଟ ୨୬୫ ଜଣ ପ୍ରାର୍ଥୀ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି ।