ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିବା​‌ ବେଳେ ଆଜିଠୁ ଆସନ୍ତା ୨ ତାରିଖ ଯାଏ ନାମାଙ୍କନ ପତ୍ର ଦାଖଲ ହେବା ନେଇ ବିଜ୍ଞପ୍ତିରେ କୁହାଯାଇଛି । ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହୋଇଥିବା ବେଳେ ଏହା ଜୁନ ୨ ତାରିଖ ଯାଏ ଚାଲିବ। ୩ ତାରିଖରେ ଯାଞ୍ଚ ହେବ। ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବା ପରେ ଆବଶ୍ୟକ ପଡ଼ିଲେ ୧୩ ତାରିଖରେ ଭୋଟିଂ ହେବ। ଏଥି ସହିତ ଜୁନ ୬ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ । ଜୁନ ୧୩ ତାରିଖରେ ରାଜ୍ୟସଭା ଉପ ନିର୍ବାଚନ ହେବ ବୋଲି ପୂର୍ବରୁ ଘୋଷଣା ହୋଇଛି । ପୂର୍ବତନ ସାଂସଦ ସବୁାସ ସିଂଙ୍କ ଇସ୍ତଫା ପରେ ଆସନ ଖାଲିପଡ଼ିଛି ।
ଏହା ପୂର୍ବରୁ ୩ଟି ରାଜ୍ୟସଭା ଆସନରେ ଭୋଟ ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିଲା ବେଳେ ଆସନ୍ତା ୩୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି।