ନୂଆପଡା ଉପ ନିର୍ବାଚନ: ୮୩ ହଜାରରୁ ଉର୍ଦ୍ଧ୍ଵ ଭୋଟରେ ଜିତିଲେ ଜୟ ଢୋଲକିଆ

ଭୁବନେଶ୍ଵର: ଓଡିଶାର ଏକ ମାତ୍ର ବିଧାନସଭା ଆସନ ନୂଆପଡା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ପାଇଁ ଭୋଟ ଗଣତି ଶେଷ ହୋଇଛି। ଏହି ଉପନିର୍ବାଚନର ଫଳାଫଳ ନିର୍ବାଚନ ଆୟୋଗ ପ୍ରକାଶ କରିଛନ୍ତି। ନିର୍ବାଚନ ଆୟୋଗ ଅନୁଯାୟୀ, ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଜୟୀ ହୋଇଛନ୍ତି। ଜୟ ତାଙ୍କର ନିକଟତମ ପ୍ରତିଦ୍ଵନ୍ଦୀ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୮୩, ୭୪୮ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ସେପଟେ ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ତୃତୀୟ ସ୍ଥାନରେ ଅଛନ୍ତି। ଜୟ ଢୋଲକିଆ ମୋଟ ୧ ଲକ୍ଷ ୨୩ ହଜାର ୮୬୯ ଖଣ୍ଡ ଭୋଟ ପାଇଥିବା ବେଳେ ଘାସିରାମ ମାଝୀ ୪୦ ହଜାର ୧୨୧ ଖଣ୍ଡ ଭୋଟ ପାଇଛନ୍ତି ଏବଂ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୩୮ ହଜାର ୪୦୮ ଖଣ୍ଡ ମିଳିଛି।

Nuapada by-election: Jay Dholakia wins by over 83