ଧାର୍ଯ୍ୟ ହେଲା ନୂଆଖାଇ ଲଗ୍ନ

ଭୁବନେଶ୍ବର :ପାଖେଇଲା ନୂଆଖାଇ। ପଶ୍ଚିମ ଓଡିଶାର ଏହା ହେଉଛି ଏକ ବଡ ପର୍ବ। ଯେଉଁଥିରେ ସମସ୍ତେ ଏକାଠି ବସି ନୂଆ ଫସଲର ଭୋଗ ଖାଇଥାନ୍ତି। ତେବେ ପଶ୍ଚିମ ଓଡିଶାର ବଲାଙ୍ଗୀର ପାଇଁ ନୂଆଖାଇ ଲଗ୍ନ ଧାର୍ଯ୍ୟ କରାଯାଇଛି। ସେହି ଅନୁସାରେ ଆସନ୍ତା ଭାଦ୍ରବ ମାସ ଶୁକ୍ଳପକ୍ଷ ପଞ୍ଚମୀ ବା ସେପ୍ଟେମ୍ବର ୮ ତାରିଖ ରବିବାର ଲାଗିହେବ ନବାନ୍ନ। ବଲାଙ୍ଗୀର ଜିଲ୍ଲା ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ଦ୍ୱାରା ଏହି ଲଗ୍ନ ଧାର୍ଯ୍ୟ କରାଯାଇଛି। ବିଶୁଦ୍ଧ ତୁଳା ଲଗ୍ନେ ଶୁଭବେଳା ଦିନ ୯ ଘଣ୍ଟା ୩୫ ମିନିଟରୁ ୧୦ ଘଣ୍ଟା ୭ ମିନିଟ ମଧ୍ୟରେ ଲାଗି ହେବ ନବାନ୍ନ। ପାଟଣା ଷ୍ଟେଟ ତଥା ମହାରାଜାଙ୍କ ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ମାଁ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ଆନୁଯାଇ ଧାର୍ଯ୍ୟ ହୋଇଛି ଏହି ଲଗ୍ନ।