ଖସୁଛି ସଂକ୍ରମଣ : ଆଜି ରାଜ୍ୟରୁ ୭,୨୯୧ ସଂକ୍ରମିତ ଚିହ୍ନଟ ,୫ ମୃତ

ରାଜ୍ୟରେ କରୋନା ସଂକ୍ରମଣ କୁ ନେଇ ସାମାନ୍ୟ ଆଶ୍ବସ୍ତି ମିଳିଛି ଇ ଲଗାତାର ୪ର୍ଥ ଦିନରେ ରାଜ୍ୟରେ ସଂକ୍ରମଣ ହାର କମି ଆଜି ୭,୨୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୨୨୬ ଓ ସ୍ଥାନୀୟ ଅଞ୍ଚଳରୁ ୩୦୬୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୯୫୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୧୧ ହଜାର ୯୫୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୨୧ ହଜାର ୬୦୮ ରହିଥିବା ବେଳେ ୮୧ ହଜାର ୭୬୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ ସଂକ୍ରମିତ ଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା, କଟକ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୧୧୯୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧୭୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୨୧୬୦୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୧୯୩୮୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment