ରାଜ୍ୟରେ ମୁଣ୍ଡ ଟେକିଲା ସଂକ୍ରମଣ , ଆଜି ଆଉ ୪୦୧ କରୋନା ସଂକ୍ରମିତ ଚିହ୍ନଟ

ଗତ କିଛିଦିନ ମଧ୍ୟରେ ରାଜ୍ୟରେ ଉପରମୁହାଁ ହେବାରେ ଲାଗିଛି କରୋନା ସଂକ୍ରମଣ I ବିଗତ ୧୫ ଦିନ ମଧ୍ୟରେ ସଂକ୍ରମଣ ୨ ଦଶରୁ ଏକାଥରକେ ବଢି ଆଜି ୪୦୦ ଟପିଛି I ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଇ ଶିନହଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୬୫ ଜଣ ରହିଥିବା ସୂଚନା ଦିଆଯାଇଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷର ମଧ୍ୟରେ ୪୪ ଜଣ ସଂକ୍ରମିତ ରହିଛନ୍ତି । ସେହିପରି ଗତ ୨୪ ଘଣ୍ଟାରରେ ରାଜ୍ୟରୁ ଆଉ ୧୩୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି I ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୧୫୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସେହିଭଳି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ , କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬୪ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ରହିଛି ।

ରାଜ୍ୟରେ ମୋଟ୍ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧ହଜାର ୯୫୭ ରହିଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଏଯାଏ ମୋଟ୍‌ ୧୨ଲକ୍ଷ ୯୧ହଜାର ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ମୋଟ୍‌ ୧୨ଲକ୍ଷ ୮୦ହଜାର ୩୮୨ ସଂକ୍ରମିତ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି ।