ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ନିର୍ବାଚନ ପ୍ରଚାରରେ ଯାଉଥିବା ବେଳେ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ I ତେବେ ସୁରକ୍ଷିତ ଅଛନ୍ତି ମନ୍ତ୍ରୀ ଇ କନ୍ଧମାଳ ଜିଲ୍ଲା ଭେଟ୍‌ କୋଲ୍‌ ଘାଟି ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ନିର୍ବାଚନ ପ୍ରଚାର ଲାଗି ଯାଉଥିଲେ । ହେଲେ ଭେଟ୍‌ କୋଲ୍‌ ଘାଟି ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ଗାଡ଼ି ରାସ୍ତା କଡ଼କୁ ଖସିଯାଇଥିଲା । ମନ୍ତ୍ରୀ ପ୍ରତାପ ଜେନା ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିଲେ । ଏବେ ଯାଏଁ ଦୁର୍ଘଟଣାରେ କାହାର କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ । ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

Comments (0)
Add Comment