ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ପ୍ଲଟ୍ ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ୯ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ସୁଧିରଙ୍କ ନିଜ ପୁତୁରା ଓ ଝିଆରୀ ରହିଛନ୍ତି । ଅଭିଯୁକ୍ତମାନେ ହେଲେ ସତ୍ୟନାରାୟଣପୁର ଗ୍ରାମର ତୁଷାର କୁମାର ପାତ୍ର, ତାଙ୍କ ଭଉଣୀ ନିବେଦିତା ପାତ୍ର, ନିବେଦିତାଙ୍କ ପୁରୁଷ ବନ୍ଧୁ କାଳୁ ଚରଣ ପ୍ରଧାନ, ଆଶିଷ ମହାପାତ୍ର, ଗୋଳାବନ୍ଧର ନାରାୟଣ ପ୍ରଧାନ, ହିଞ୍ଜିଳି ଥାନା ଅଞ୍ଚଳର ଶୁଭମ ନାୟକ, ଶୁଭମ ଗୌଡ଼, ସୂର୍ଯ୍ୟ ପ୍ରତାପ ସିଂ ଓ ଜିତୁନ ପଳେଇ। ଏହି ମାମଲାରେ ଏକାଧିକ ଅଭିଯୁକ୍ତ ଫେରାର୍ ରହିଥିବା ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଅଧିକ ତଥ୍ୟ ସଂଗ୍ରହ ପାଇଁ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ ବୋଲି ସେ କହିଛନ୍ତି। ଏଥିରେ ସମ୍ପୃକ୍ତ ଅନ୍ୟ ଅପରାଧିମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ସେ କହିଛନ୍ତି ।