ଦିଲ୍ଲୀ ଏମ୍ସରେ ଶେଷ ନିଶ୍ଵାସ ତ୍ୟାଗ କଲେ ବଳଙ୍ଗା ପୀଡ଼ିତା, ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ଵର: ଆଜି ଦିଲ୍ଲୀ ଏମ୍ସରୁ ଦୁଃଖଦ ଖବର ଆସିଛି। ଡାକ୍ତରଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ଶେଷରେ ବଳଙ୍ଗା ପୀଡ଼ିତା ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ଦିଲ୍ଲୀ ଏମ୍ସରେ ଚିକିତ୍ସିତ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ପ୍ରାଣହାନୀ ଘଟିଛି। ଏହାକୁ ନେଇ ସାରା ରାଜ୍ୟରେ ଶୋକର ଲହରୀ ଖେଳିଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛାତ୍ରୀଙ୍କ ମୃତ୍ୟୁ ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମାଝୀ କହିଛନ୍ତି ଯେ, “ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।”

PM lays foundation stone and inaugurates development works worth around Rs 2