ଦେଶର ଶକ୍ତି ଭିତ୍ତିଭୂମିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ: ତୈଳ, ଗ୍ୟାସ ଓ ବିଦ୍ୟୁତ ସ୍ଥିତିର ନେଲେ ତଦାରଖ

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଅସ୍ଥିର ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଦେଶର ଶକ୍ତି ଓ ସାର କ୍ଷେତ୍ରର ସ୍ଥିତି ସମୀକ୍ଷା କରିଛନ୍ତି। ବିଶେଷ କରି ପେଟ୍ରୋଲିୟମ, ଅଶୋଧିତ ତୈଳ, ଗ୍ୟାସ, ବିଦ୍ୟୁତ୍ ଏବଂ ସାର ଯୋଗାଣ କ୍ଷେତ୍ରରେ ଭାରତର ପ୍ରସ୍ତୁତି ନେଇ ଏହି ବୈଠକରେ ବିସ୍ତୃତ ଆଲୋଚନା ହୋଇଛି। ନୂଆଦିଲ୍ଲୀରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ସାରା ଦେଶରେ ସାମଗ୍ରୀର ନିରବଚ୍ଛିନ୍ନ ଯୋଗାଣ, ସ୍ଥିର ଲଜିଷ୍ଟିକ୍ସ ଏବଂ ସୁବ୍ୟବସ୍ଥିତ ବଣ୍ଟନ ସୁନିଶ୍ଚିତ କରିବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ସମେତ କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ, ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ, ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ ଓ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହ ରସାୟନ ଓ ସାର ମନ୍ତ୍ରୀ ଜେପି ନଡ୍ଡା, ଶକ୍ତି ମନ୍ତ୍ରୀ ମନୋହର ଲାଲ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ମଧ୍ୟ ଆଲୋଚନାରେ ଭାଗ ନେଇ ନିଜ ନିଜ ବିଭାଗର ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।

PM reviews country's energy infrastructure: Monitoring of oil