ଦୁଷ୍କର୍ମ ଓ ହତ୍ୟା ମାମଲାରେ ରାଷ୍ଟ୍ରପତିଙ୍କ ବିବୃତ୍ତି: ‘ବହୁତ ହୋଇଗଲା, ଆଉ ବରଦାସ୍ତ କରାଯିବ ନାହିଁ’

ନୂଆଦିଲ୍ଲୀ: କୋଲକାତାର ଜଣେ ଜୁନିଅର ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ମାମଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବଡ ବିବୃତ୍ତି ଆସିଛି। ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତକାରରେ ସେ କହିଛନ୍ତି ଯେ, ମୁଁ ବହୁତ ନିରାଶ ଏବଂ ଭୟଭୀତ ଅଟେ। ଏବେ ବହୁତ ହୋଇଗଲା, ଝିଅମାନଙ୍କ ବିରୁଦ୍ଧରେ ଅପରାଧକୁ ବରଦାସ୍ତ କରାଯିବ ନାହିଁ। ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ଉପରେ ରାଷ୍ଟ୍ରପତି ମୁର୍ମୁ କହିଛନ୍ତି ଯେ, ଏବେ ବହୁତ ହୋଇଗଲା। ସେ କହିଛନ୍ତି ଯେ, “ଯେତେବେଳେ କୋଲକାତାରେ ଛାତ୍ର, ଡାକ୍ତର ଏବଂ ନାଗରିକମାନେ ବିରୋଧ ପ୍ରଦର୍ଶନ କରୁଥିଲେ, ଅପରାଧୀମାନେ ଅନ୍ୟ ସ୍ଥାନରେ ଅପେକ୍ଷା କରି ରହିଥିଲେ। କୋଲକାତାରେ ଘଟିଥିବା ଏହି ଘଟଣାରେ ଦୁଃଖ ପ୍ରକାଶ କରି ରାଷ୍ଟ୍ରପତି କହିଛନ୍ତି ଯେ, କୌଣସି ସଭ୍ୟ ସମାଜରେ ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାରକୁ ଅନୁମତି ଦିଆଯାଇପାରିବ ନାହିଁ। ସମାଜ ମଧ୍ୟ ସଚ୍ଚୋଟ, ନିରପେକ୍ଷ ଏବଂ ଆତ୍ମନିରୀକ୍ଷଣ ହେବା ଉଚିତ୍। ରାଷ୍ଟ୍ରପତି ମୁର୍ମୁ କହିଛନ୍ତି ଯେ, ଅନେକ ସମୟରେ ନିନ୍ଦନୀୟ ମାନସିକତା ଥିବା ଲୋକମାନେ ମହିଳାମାନଙ୍କୁ କମ୍ ମାନବ, କମ୍ ଶକ୍ତିଶାଳୀ, କମ୍ ଦକ୍ଷ, କମ୍ ବୁଦ୍ଧିମାନ ଦେଖନ୍ତି। କୌଣସି ସଭ୍ୟ ସମାଜ ଝିଅ ଏବଂ ଭଉଣୀମାନଙ୍କ ଉପରେ ଏପରି ଅତ୍ୟାଚାରକୁ ଅନୁମତି ଦେଇପାରିବ ନାହିଁ। ଯେଉଁମାନେ ଏପରି ବିଚାର ରଖନ୍ତି, ସେମାନେ ମହିଳାମାନଙ୍କୁ ଏକ ବସ୍ତୁ ଭାବରେ ଦେଖନ୍ତି। ଭୟରୁ ମୁକ୍ତି ପାଇବା ବାଟରେ ଆସୁଥିବା ପ୍ରତିବନ୍ଧକକୁ ହଟାଇବା ଆମର ଝିଅମାନଙ୍କର କର୍ତ୍ତବ୍ୟ।

President's statement on brutality and murder: 'Enough is enough