ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ସ୍ବର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ସାଂସଦ ଥିଲେ ।  ୧୯୯୯ରୁ ୨୦୦୧ ଯାଏ କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।  ପରିବହନ ଓ କୃଷିମନ୍ତ୍ରୀ ଭାବେ ଦକ୍ଷତାର ସହ କାର୍ଯ୍ୟ କରିଥିଲେ। ରାଜ୍ୟର ବିକାଶ ପାଇଁ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି ।  ରାଜ୍ୟ ବିଜେପି ସଭାପତି ଭାବେ ଦୃଢ଼ ନେତୃତ୍ବ ନେଇଥିଲେ ଦେବେନ୍ଦ୍ର ।  ରାଜ୍ୟର ବିକାଶ ପାଇଁ ସେ ନିଜର ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି ।  ରାଜ୍ୟ ବିଜେପିର ସଭାପତି ଭାବେ ଦୃଢ ନେତୃତ୍ୱ ଦେଇ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ ।  ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ସମବେଦନା ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ଏହାସହ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।  ନୂଆ ଦିଲ୍ଲୀ ସ୍ଥିତ ବାସଭବନରେ ପହଞ୍ଚି ଗଭୀର ଶୋକ ପ୍ରକାଶ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୋଦି । ଏହାସହ ଶୋକ ସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି ।