୧୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଗାମୀ କିଛି ଦିନ ମଧ୍ୟରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଆସନ୍ତା ୧୫ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଅଳ୍ପ କିଛି ସ୍ଥାନରେ କୁଆପଥର ବୃଷ୍ଟି ମଧ୍ୟ ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ଆକଳନ କରାଯାଇଛି।