୩୧ ତାରିଖ ଯାଏଁ ବର୍ଷା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ, ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ, ନୂଆପଡା ଓ ନବରଙ୍ଗପୁର ଜିଲ୍ଲାରେ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହେବାକୁ ଥିବାବେଳେ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୯ ତାରିଖରେ ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୩୦ ଓ ୩୧ ତାରିଖରେ ବର୍ଷାର ବିସ୍ତୃତି ବଢ଼ିବାକୁ ଥିବାବେଳେ ୧ ତାରିଖଠାରୁ ବର୍ଷାର ପରିମାଣ କମିବ ବୋଲି ପଣିପାଗ କେନ୍ଦ୍ର କହିଛି।