ଗତ କିଛିଦିନ ମଧ୍ୟରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଉପରମୁହାଁ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ଜନ୍ମ ରୁ ୧୮ ବର୍ଷ ମଧ୍ୟରେ ୪ ଜଣ, ସଙ୍ଗରୋଧରୁ ୩୭ ଓ ସ୍ଥାନୀୟ ୨୫। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪ଜଣ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୭ ଜଣ , କଟକ ୮, ବାଲେଶ୍ୱରରୁ ୨ ,ଜଗତସିଂହପୁର ୧, ଝାରସୁଗୁଡା ୧, କୋରାପୁଟ ୧, ପୁରୀ ୧, ସୁନ୍ଦରଗଡ ୨, ଷ୍ଟେଟ ପୁଲରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୧୯୧କୁ ବୃଦ୍ଧି ପାଇଛି। ୧୨,୭୯,୬୦୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୧୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨୦୨୨୭୨୩ସାମ୍ପୁଲ ଟେଷ୍ଟ୍ ହୋଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।