ଭୁବନେଶ୍ବର: କଟକ SCB ମେଡିକାଲ ଟ୍ରମା କେଆର ଆଇସିୟୁରେ ଭୟାବହ ଅଗ୍ନିକାଣ୍ଡ ଘଟି 10 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 5ରୁ ଅଧିକ ରୋଗୀଙ୍କ ସ୍ବାସ୍ଥ୍ଯାବସ୍ଥଆ ସଂକଟାପନ୍ନ ରହିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଣା ସ୍ଥଳ ପରିଦର୍ଶନ କରିବା ସହ ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କର ପରିବାରବର୍ଗଙ୍କୁ ଭେଟିବା ସହ ସମବେଦନା ଜଣାଇଛନ୍ତି । ଏପଟେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡିଶା ରାଜ୍ୟପାଳ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।