ତାତିକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି: ରାଜ୍ୟରେ ସକାଳୁଆ ହେଲା ସ୍କୁଲ

ଭୁବନେଶ୍ୱର: ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବଢ଼ୁଥିବା ଖରା ଏବଂ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ବିଚାର କରି ଏଣିକି ରାଜ୍ୟର ସମସ୍ତ ସ୍କୁଲରେ ସକାଳୁଆ ପାଠପଢ଼ା ଆରମ୍ଭ ହେବ। ଏନେଇ ବିଭାଗ ପକ୍ଷରୁ ଏକ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରାଯାଇଛି। ନୂତନ ସମୟସୂଚୀ ଅନୁଯାୟୀ, ସକାଳ ୬:୩୦ରୁ ଶ୍ରେଣୀ ଗୃହ ପାଠପଢ଼ା ଆରମ୍ଭ ହୋଇ ପୂର୍ବାହ୍ନ ୧୦:୩୦ ପର୍ଯ୍ୟନ୍ତ ଚାଲିବ। ଏହି ନିୟମ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ଘରୋଇ ଶିକ୍ଷାନୁଷ୍ଠାନ ପାଇଁ ସମାନ ଭାବେ ଲାଗୁ ହେବ।ଏହି ନିୟମ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତି ଏବଂ ଘରୋଇ ଶିକ୍ଷାନୁଷ୍ଠାନ ପାଇଁ ସମାନ ଭାବେ ଲାଗୁ ହେବ। ଗ୍ରୀଷ୍ମ ଛୁଟି ଆରମ୍ଭ ହେବା ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଜାରି ରହିବ ବୋଲି ସୂଚନା ମିଳିଛି। ଗଣଶିକ୍ଷା ସଚିବ ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଏଥିସହ ବିଦ୍ୟାଳୟଗୁଡ଼ିକରେ ପର୍ଯ୍ୟାପ୍ତ ପାନୀୟ ଜଳ ଓ ଅନ୍ୟାନ୍ୟ ଜରୁରୀ ସୁବିଧା ଉପଲବ୍ଧ କରାଇବାକୁ ପରାମର୍ଶ ଦିଆଯାଇଛି। ଫଳରେ ଛାତ୍ରଛାତ୍ରୀମାନେ ଖରା ବଢ଼ିବା ପୂର୍ବରୁ ଅର୍ଥାତ୍ ୧୦:୩୦ ସୁଦ୍ଧା ଘରକୁ ଫେରିପାରିବେ।

School timings changed in view of the heat: From now on