ଶ୍ରୀମନ୍ଦିର ରୋଷଘରେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି ଦୁର୍ବୁର୍ତ୍ତ। ଶ୍ରୀମନ୍ଦିର ରୋଷ ଘର ୭ଟି କୋଠ ଭୋଗ ଚୁଲି ସମେତ ପାଖାପଖି ୧୦୦ ରୁ ଉର୍ଦ୍ଧ୍ଵ ଚୁଲି ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ଶ୍ରୀମନ୍ଦିର ରୋଷ ଘରେ ଥିବା କୋଠଭୋଗ, ସାତପୁରି, ପିଠାଗଢ଼ା, ଥାଳିଆଡ଼ ଭଳି ଥିବା ବିଭିନ୍ନ ଚୁଲାକୁ କେହି ଭାଙ୍ଗି ଦେଇଛନ୍ତି । ଆଜି ସକାଳୁ ୮୦ରୁ ଅଧିକ ଚୁଲା ଭଙ୍ଗାରୁଜା ହୋଇଥିବା ଘଟଣା ସାମ୍ନାକୁ ଆସିଛି । ସେପଟେ ରୋଷଶାଳା ଭାଙ୍ଗିବା ଘଟଣାରେ ୪ ଜଣ ସେବାୟତଙ୍କୁ ପଚରାଉଚରା କରିଛନ୍ତି ତଦନ୍ତକାରୀ ଟିମ୍ । ବ୍ୟବସାୟିକ ଶତ୍ରୁତାରେ ଏଭଳି କାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି ।ଏହି ଅଭାବନୀୟ ଘଟଣାର ତଦନ୍ତ ପାଇଁ ଦୁଇଟି ଟିମ୍ ଗଠନ କରାଯାଇ ପ୍ରାଥମିକ ପର୍ଯ୍ୟାୟରେ ୪ ଜଣଙ୍କୁ ଜେରା କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଓ ନୀତି ପ୍ରଶାସକଙ୍କୁ ନେଇ ତଦନ୍ତ ଆରମ୍ଭ କରାଯାଇଛି । ଧୋପଖାଳ, ପାଇକ, ଦ୍ୱାରପାଳିଆ ଓ ଅଙ୍ଗାରିଆ ସେବାୟତଙ୍କୁ ଜେରା କରୁଛି ତଦନ୍ତକାରୀ ଟିମ୍ । ଏତେ ସଂଖ୍ୟାରେ ଚୁଲାକୁ କିଏ ଓ କାହିଁକି ଭାଙ୍ଗିଲା ? କେଉଁ ଉଦ୍ଦେଶ୍ୟରେ ଏପରି କରାଯାଇଛି ? ଏହି ଭଙ୍ଗାରୁଜା ପଛରେ କାହାର ହାତ ରହିଛି ? ଏହାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।