ସୋଆକୁ ସୋସିଆଲ୍ ଲିଡରସିପ୍ ଆୱାର୍ଡ ୱିମେନ୍ ବିଜନେସ୍ ମେଳା- ୨୦୨୨ ମେଳାରେ ସୋଆ ସମ୍ମାନିତ


ଭୁବନେଶ୍ୱର, ୦୫/୦୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସୋସିଆଲ୍ ଲିଡରସିପ୍ ଆୱାର୍ଡରେ
ସମ୍ମାନିତ କରାଯାଇଛି । ଇଣ୍ଡିଆନ ଚାମ୍ବର ଅଫ କମର୍ସର ୱିମେନ୍ ଏଂଟ୍ରପ୍ରିନ୍ୟୁରସିପ୍ କାଉନ୍ସିଲ ଦ୍ୱାରା
ଆୟୋଜିତ ଭାରତ ର ପ୍ରଥମ ମହିଳା ଉଦ୍ୟୋଗୀ ମେଳା ଅବସରରେ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ
ସୋଆ ପକ୍ଷରୁ ଲୋକସମ୍ପର୍କ ଅଧିକାରୀ ଶୁଭଦର୍ଶିନୀ ମିଶ୍ର ପୂର୍ବତନ ମିସ୍ ୟୁନିଭର୍ସ ତଥା ବଲିଉଡ୍ ଅଭିନେତ୍ରୀ
ଲାରା ଦତାଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ ।
ଭୁବନେଶ୍ୱର ଜନତା ମଇଦାନଠାରେ ବୁଧବାର ଆରମ୍ଭ ହୋଇଥିବା ଏହି ମହିଳା ଉଦ୍ୟୋଗୀ ମେଳା
୨୦୨୨କୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫେରନ୍ସ ମାଧ୍ୟମରେ ଉଦ୍‌ଘାଟନ
କରିଥିଲେ । ଏହି ଅବସରରେ ଉଚ୍ଚଶିକ୍ଷା, କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର ଅରୁଣ ସାହୁ ଓ ପଶ୍ଚିମ
ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ । ମେଳାରେ ଲାରା ଦତା
ଶୋଭାବର୍ଦ୍ଧନ କରିବା ସହ ବଲିଉଡ୍‌ରେ ନିଜର ଅନୁଭୂତି ଏବଂ ମହିଳା ସଶକ୍ତିକରଣ ସମ୍ପର୍କରେ ମତ
ରଖିଥିଲେ । ୧୦୦ରୁ ଉର୍ଦ୍ଧ୍ୱ ମହିଳା ଉଦ୍ୟୋଗୀ ସାମିଲ ହୋଇଥିବା ଏହି ମେଳାରେ ଶିକ୍ଷା ଓ ଅନୁସନ୍ଧାନକୁ
ସାମାଜିକ ଦାୟିତ୍ୱ ବହନ ନିମନ୍ତେ ସମ୍ମାନିତ କରାଯାଇଛି ।
ରାଜ୍ୟର କୋଣ ଅନୁକୋଣରୁ ଛୋଟ ବଡ଼ ବହୁ ମହିଳା ଉଦ୍ୟୋଗୀ ସାମିଲ୍ ହୋଇଥିବା ଏହି ମେଳା
ଆସନ୍ତା ମେ ୮ ତାରିଖ ଯାଏଁ ଚାଲିବ