ସୁଭଦ୍ରା: ଆଜି ଆସିବ ୧ ଟଙ୍କା

ଭୁବନେଶ୍ୱର: ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ଲେଖାଏଁ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟଙ୍କୁ ପ୍ରଦାନ କରିଛନ୍ତି । ଆସନ୍ତା ୯ ତାରିଖ ଦିନ ବାରିପଦା ସମାବେଶରୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ । ତେବେ ଆଜି  ଦ୍ୱିତୀୟ ପର୍ଯ୍ୟାୟରେ ପାଇବାକୁ ଥିବା ହିତାଧିକାରୀଙ୍କ ଆକାଉଣ୍ଟକୁ ୧ ଟଙ୍କା ଲେଖାଏଁ ପଠାଯିବ । ପ୍ରତମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ସୁଭଦ୍ରାର ଆଜି ଆସିବ ୧ ଟଙ୍କା । ଆଜି ୧ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବାର ଅଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି । ଆସନ୍ତା ୯ ତାରିଖ ଦିନ ଯୋଗ୍ୟ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ । ଆଜି ସୁଦ୍ଧା ବୋଧେ ୧ କୋଟି ମହିଳାଙ୍କ ଆବେଦନ ପୂରଣ ହେବ ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି । ସୁଭଦ୍ରା ଯୋଜନାରେ ଆଜି ସୁଦ୍ଧା ୩୨ ଲକ୍ଷ ଏମ୍‌ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଯାହା କ୍ଲିୟରାନ୍ସ ଆସିବ ୯ ତାରିଖରେ ସେମାନଙ୍କ ଖାତା ଟଙ୍କା ଆସିବ। ପ୍ରାୟ ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ଦ୍ୱିତୀୟ ପର୍ୟ୍ୟାୟରେ ‘ସୁଭଦ୍ରା’ ଟଙ୍କା ମିଳିବ। ଆଜି ସୁଦ୍ଧା ‘ସୁଭଦ୍ରା’ ଯୋଜନାରେ ୧ କୋଟି ମହିଳାଙ୍କ ଆବେଦନ ପୂରଣ ହୋଇପାରେ ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।