ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗ: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକରେ ହୋଇଥିବା ସଙ୍ଗିନ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଏହି ମାମଲାରେ ଏକ ବଡ଼ ନିଷ୍ପତ୍ତି କ୍ରମେ ସମଗ୍ର ପ୍ରକ୍ରିୟାର ଅପରାଧିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ତୁରନ୍ତ କ୍ରାଇମବ୍ରାଞ୍ଚ ଏସପିଙ୍କ ନିକଟରେ ଏଫ୍‌ଆଇଆର୍  ଦାୟର କରିବାକୁ ସେ SCERT ନିର୍ଦ୍ଦେଶକଙ୍କୁ କହିଛନ୍ତି। ସୂଚନାଯୋଗ୍ୟ, ପାଠ୍ୟପୁସ୍ତକ ତ୍ରୁଟିର କାରଣ ଖୋଜିବା ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଥିଲେ। ଏହି କମିଟିର ରିପୋର୍ଟ ଆଧାରରେ SCERTର ପୂର୍ବତନ ନିର୍ଦ୍ଦେଶକଙ୍କ ସମେତ ୩ ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ବିତ କରାଯାଇଛି। ସେହିପରି ଅନ୍ୟ ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।