ଜାନୁଆରୀ ୩୧ ତାରିଖରୁ ସଂସଦରେ ବଜେଟ୍ ଅଧିବେଶନ ନେଇ ବିଜ୍ଞପ୍ତି ପ୍ରକାଶ

ଆସନ୍ତା ଜାନୁୟାରୀ ୩୧ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଏ ସମ୍ପର୍କରେ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ୨ଟି ପର୍ଯ୍ୟାୟରେ ଚାଲିବ ସଂସଦର ବଜେଟ୍ ଅଧିବେଶନ । ଜାନୁଆରୀ ୩୧ରୁ ଫେବ୍ରୁଆରୀ ୧୧ ପର୍ଯ୍ୟନ୍ତ ଚାଲିବ ପ୍ରଥମ ପର୍ଯ୍ୟାୟ ଅଧିବେଶନ । ସେହିପରି ମାର୍ଚ୍ଚ ୧୪ ତାରିଖରୁ ଏପ୍ରିଲ ୮ ପର୍ଯ୍ୟନ୍ତ ଚାଲିବ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ । ପ୍ରଥମ ଦିନ ଜାନୁଆରି ୩୧ ତାରିଖରେ ପାର୍ଲାମେଣ୍ଟର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ।
ସେହିଭଳି ଫେବୃଆରୀ ୧ ତାରିଖ ପୂର୍ବାହ୍ନ ୧୧ଟାରେ ସଂସଦରେ ବଜେଟ ଉପସ୍ଥାପନ କରିବେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତର ୪ର୍ଥ ବର୍ଷ ପାଇଁ ସଂସଦରେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି ନିର୍ମଳା ସୀତାରମଣ। ଏଥିନିମନ୍ତେ ଜୋରସୋରରେ ପ୍ରସ୍ତୁତି ଚାଲିଥିବା ବିଷୟ ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରୁ ଜଣାପଡ଼ିଛି ।

Comments (0)
Add Comment