ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍‌, ୨ ମୃତ

ଗତ ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା I ଦ୍ରୁତ ଗତିରେ ଆସୁଥିବା ଏକ କାର ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି I ଏହି ଦୁଃଖଦ ଘଟଣା ଘଟିଛି ପୁରୀ-ସାତପଡ଼ା ରାସ୍ତାର ହଳଦିଆ ଛକ ନିକଟରେ।

ଗତକାଲି ରାତି ପ୍ରାୟ ସାଢ଼େ ତିନିଟା ବେଳେ ଘଟିଛି ଏହି ଦୁର୍ଘଟଣା। ମୃତକ ଦ୍ୱୟ ହେଲେ ଅରଖକୁଦା ମେରାଇନ୍‌ ଥାନା ସହଦେବପୁର ଗାଁର ଧୀରେନ୍ଦ୍ର ପଲାଇ ଓ ଡ୍ରାଇଭର ଭଗବାନପୁର ଗାଁର ନବାବ ଖାଁ Iଦୁର୍ଘଟଣା ସଂପର୍କରେ ଖବର ପାଇ ଦମକଳ ବାହିନୀ ସେଠାରେ ପହଞ୍ଚିଥିଲେ। ସେମାନେ କାର୍‌ର ସମ୍ମୁଖ ଭାଗକୁ କାଟି ଡ୍ରାଇଭରଙ୍କୁ ତା’ ଭିତରୁ ବାହାର କରିଥିଲେ।ଉଭୟଙ୍କୁ ଉଦ୍ଧାର କରି ପୁରୀ ଡାକ୍ତରଖାନା ପଠାଯାଇଥିଲା। ତେବେ ସେଠାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା।