ନିୟମ ନମାନିଲେ ପୁଣି ହୋଇପାରେ ଲକଡାଉନ ସତର୍କ ରହିବା ପାଇଁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ରେ କୋଭିଡ ର ଦ୍ଵିତୀୟ ଲହର ସାମାନ୍ୟ ଆଶ୍ବସ୍ତି ଆଣି ଦେଇଛି ଇ ସଂକ୍ରମଣ କମିବା ସହିତ ମୃତ୍ୟୁ ସଂଖ୍ୟା ଧୀରେ ଧୀରେ କମି ଯାଉଛି ଇଆଗକୁ ଆସୁଛି ପାର୍ବଣ ଋତୁ ,ସମ୍ଭାବ୍ୟ ତୃତୀୟ ଲହର କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ। କୋଭିଡ ର ପୁଣି ଲେଉଟାଣି ସମ୍ପର୍କ ରେ ଚିନ୍ତା ବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହି ଛନ୍ତି କି ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ୟ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହୋଇଛି । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ ରହିବI ପାଇଁ ପରାମର୍ଶ ଦେଇଛନ୍ତି I
କୋଭିଡ ଆଚରଣବିଧି ହେଉଛି,କୋଭିଡ ବିରୁଦ୍ଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ଏପର୍ୟ୍ୟନ୍ତ ଟିକା ନେଇନାହାନ୍ତି , ତେଣୁ ଅବିଭାବକ ମାନଙ୍କୁ ଅଧିକ ସତର୍କ ରହିବାକୁ ହେବ । କୋଭିଡ ପରବର୍ତ୍ତୀ ସମୟରେ ଯେଉଁ ଜିଲ୍ଲା ଗୁଡିକରେ ସ୍କୁଲ ଗୁଡିକ ଖୋଲୁଛି ,ସେଠାରେ କୋଭିଡ ନିୟମ କଡାକଡି ଭାବରେ ପାଳନ ହେବ ଦରକାର I ଯଦି କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ । ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
କେରଳରେ ଓନାମ୍‌ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧିର ଉଦାହରଣ ଦେଇ ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିସ୍ଥିତିର ଗୁରୁତ୍ବକୁ ଉପଲବ୍‌ଧି କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ । ଏହାଦ୍ବାରା ଆମେ ଭବିଷ୍ୟତରେ ଲକ୍‌ଡାଉନକୁ ଏଡାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ ।
ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍ଡାଉନ କୋହଳ କରାଯାଇଛି। କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ, ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍ଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଥିଲେ ।
ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ବ ଦେଇଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ୟ୍ୟକ୍ରମ ଉପରେ ଉପସ୍ଥାପନା ରଖିଥିଲେ ।
ପୋଲିସ ମହାନିର୍ଦ୍ଦେଶକ ଅଭୟ ମଧ୍ୟ କୋଭିଡ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ଉପରେ ସୂଚନା ଦେଇଥିଲେ। ବି.ଏମ୍‌.ସି ଏବଂ ସି.ଏମ୍‌.ସିର କମିଶନର, ଦେବଗଡ ଓ ପୁରୀର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ସଞ୍ଚାଳନ କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ, ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍ଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଥିଲେ ।
ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ବ ଦେଇଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ୟ୍ୟକ୍ରମ ଉପରେ ଉପସ୍ଥାପନା ରଖିଥିଲେ ।
ପୋଲିସ ମହାନିର୍ଦ୍ଦେଶକ ଅଭୟ ମଧ୍ୟ କୋଭିଡ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ଉପରେ ସୂଚନା ଦେଇଥିଲେ। ବି.ଏମ୍‌.ସି ଏବଂ ସି.ଏମ୍‌.ସିର କମିଶନର, ଦେବଗଡ ଓ ପୁରୀର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ସଞ୍ଚାଳନ କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

Comments (0)
Add Comment