ଭିଡିଓ କନଫରେସିଂ ଜରିଆରେ ସୋନପୁର ଜିଲ୍ଲାରେ ବିଜୁ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ଆଜି ଭିଡିଓ କନଫରେସିଂ ମାଧ୍ୟମରେ ସୋନପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ ‘ସ୍ମାର୍ଟ କାର୍ଡ’ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ Iବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାରେ ୧,୫୩,୯୦୨ ଜଣ ହିତାଧିକାରୀ ସ୍ମାର୍ଟ କାର୍ଡ ପାଇବେ । ଏମାନଙ୍କ ମଧ୍ୟରୁ ୬ଟି ବ୍ଲକରେ ଗ୍ରାମାଞ୍ଚଳର ୧,୪୫,୧୫୭ ଜଣ ଏବଂ ତିନୋଟି ପୌରାଞ୍ଚଳରେ ୮, ୭୪୬ ଜଣ ହିତାଧିକାରୀ ଅଛନ୍ତି । ଏହି କାର୍ଡ ଦ୍ୱାରା ହିତାଧିକାରୀଙ୍କ ପରିବାରର ସବୁ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ସହାୟତା ରହିଥିବା ବେଳେ ମହିଳାଙ୍କ ପାଇଁ ବର୍ଷକୁ ୧୦ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ରହିଛି ।ଏହି ଅବସରରେ ବିଭିନ୍ନ ବିଭାଗର ୬୭ଟି ଜନକଲ୍ୟାଣକାରୀ ଯୋଜନାର ମଧ୍ୟ ଉଦଘାଟନ କରିବା ସହ ୩୫ଟି ନୂତନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସେହିପରି ଜିଲ୍ଲାର ବିଭିନ୍ନ ବିଭାଗରେ ୭୯ କୋଟି ୨୨ଲକ୍ଷ ୧୩ ହଜାର ବ୍ୟୟ ଅଟକଳରେ ସମ୍ପୂର୍ଣ୍ଣ ହୋଇଥିବା ୬୭ଟି ପ୍ରକଳ୍ପର ଶୁଭ ଉଦ୍ଘାଟିତ ହୋଇଛି । ଆହୁରି ମଧ୍ୟ ୧୪୮,୦୪,୮୨୦୦୦ ଅଟକଳ ଥାଇ ୩୫ଗୋଟି ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

Comments (0)
Add Comment