ବରଗଡ଼ ବିଜେପୁରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY)ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ,

ଆଜି ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲ୍ଲା ବିଜେପୁର ଗସ୍ତ କରି ବିଯପୁର ଏମ ଗଣ୍ଡପାଲି ପଡିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ କରିଛନ୍ତି | ୧୨ଟି ବ୍ଳକରେ ୩ ଲକ୍ଷ ୬୩ ହଜାର ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ କାର୍ଡ ୫ ଦିନ ମଧ୍ୟରେ ବଣ୍ଟାଯିବାର କାର୍ଯ୍ୟକ୍ରମ ରହିଛି । ତେବେ ଏହି ସବୁ କାର୍ଡ ବିଭିନ୍ନ ବ୍ଲକ ଓ ପଞ୍ଚାୟତରେ ବାଣ୍ଟିବାକୁ ଥିବା ବେଳେ ଆଜି ମୁଖ୍ୟମନ୍ତି ନିଜ ହାତରେ କିଛି ହିତାଧିକାରୀଙ୍କୁ ବିଜୁ ସ୍ୱସ୍ଥ୍ୟ କଲ୍ୟାଣ କାର୍ଡ ବାଣ୍ଟିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଜି ଜିଲ୍ଲାରେ ମୋଟ ୨୯୫କୋଟି ୯ ଲକ୍ଷ ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି | ଜିଲ୍ଲାରେ ଆଗାମୀ ୫ ଦିନ ମଧ୍ୟରେ ୧୨ଟି ବ୍ଳକରେ ୩ ଲକ୍ଷ ୬୩ ହଜାର ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯିବ । ଏଥିପାଇଁ ମନ୍ତ୍ରୀ ଓ ସାଂସଦଙ୍କୁ ଦାୟିତ୍ବ ଦିଆଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ୫ଟି ସଚିବ ଭି.କାର୍ତ୍ତିୟେନ ପାଣ୍ଡିଆନ , ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାଶ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଝାରୀ ,ରାଜ୍ୟ ସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ,ସ୍ଥାନୀୟ ବିଧାୟିକା ରିତା ସାହୁ, ଅତବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ଉପସ୍ଥିତ ରହି ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ଯାହକୁ ନେଇ ଖୁସି ପ୍ରକଟ କରିଛନ୍ତି ସ୍ମାର୍ଟକାର୍ଡ ପାଇଥିବା ମହିଳାମାନେ । ସେପଟେ ଏହା ସହ ଜିଲ୍ଲାରେ ମୋଟ ୨୯୫ କୋଟି ୯ ଲକ୍ଷ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟ ସେବା ଭିତ୍ତି ଭୂମି ଉନ୍ନୟନ ପାଇଁ ୯୦ କୋଟି ୨୭ ଲକ୍ଷ, କ୍ରୀଡା ଓ ପର୍ଯ୍ୟଟନ ଉନ୍ନୟନ ପାଇଁ ୪୪ କୋଟି ୨୦ ଲକ୍ଷ ଟଙ୍କା ସମେତ ୧୭୯ କୋଟି ୬୬ ଲକ୍ଷ ଟଙ୍କାର ବ୍ୟୟବରାଦ ରହିଛି । ସେହିପରି ସେତୁ ନିର୍ମାଣ ପାଇଁ ୪୦ କୋଟି ୭୩ ଲକ୍ଷ ଟଙ୍କା ,ବିଦ୍ୟୁତ ଯୋଗାଣ ପାଇଁ ୩୫ କୋଟି ୧୦ ଲକ୍ଷ ଟଙ୍କା ସହ ୧୧୫ କୋଟି ୪୩ ଲକ୍ଷ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments (0)
Add Comment