ସ୍କୁଲ ଖୋଲିବା ନେଇ ପିଲାମାନଙ୍କୁ ସ୍ୱତନ୍ତ୍ର ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ କରୋନା ପ୍ରାଦୁର୍ଭାବ ଧୀରେ ଧୀରେ କମୁଛି I ଏହାକୁ ଦୃଷ୍ଟିରେ ରଖି ର ଦୀର୍ଘ ଦୁଇ ବର୍ଷ ପରେ ଆଜି ଖୋଲିଛି ୮ମ ଶ୍ରେଣୀ ରୁ ଉପରକୁ ଥିବା ସ୍କୁଲ ଗୁଡିକ । ଆସନ୍ତା ଫେବୃଆରୀ ୧୪ ରୁ କେଜି ରୁ ୭ମ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ନିଷ୍ପତି ନିଆଯାଇଛି Iଏହାକୁ ନେଇ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ସ୍ୱତନ୍ତ୍ର ବାର୍ତ୍ତା ଦେଇଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିର ଦିନକୁ ଏକ ଐତିହାସିକ ଦିନ ବୋଲି ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି । ଏହା ସହିତ ସ୍କୁଲ ଖୋଲିବା ଖୁସିରେ ପିଲାମାନେ ଖୁସି, ପିଲାମାନଙ୍କ ଖୁସିରେ ସେ ନିଜେ ବି ବହୁତ ଖୁସି ବୋଲି କହିଛନ୍ତି । ପ୍ରାୟ ଦୁଇ ବର୍ଷ ପରେ ଆଜି ସ୍କୁଲ ର ଘଣ୍ଟା ବାଜିଲା । ପିଲାମାନେ ଆଜି ସ୍କୁଲ ଗଲେ। ମହାପ୍ରଭୁଙ୍କ ଆଶୀର୍ବାଦ, ଆପଣମାନଙ୍କ ସହଯୋଗ ଓ କୋଭିଡ ଯୋଦ୍ଧାଙ୍କ ତ୍ୟାଗ ଯୋଗୁ ଏହା ସମ୍ଭବ ହୋଇପାରିଛି । ଗତ ଦୁଇ ବର୍ଷ ହେଲା କରୋନା ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହୋଇଥିଲା । ସ୍କୁଲ ଖୋଲିବା ହେଉଛି, ସ୍ବଭାବିକ ଅବସ୍ଥା ଫେରିବାର ଶୁଭ ସୂଚନା ବୋଲି ସେ କହିଛନ୍ତି। ପାଠପଢା ସହିତ ସାଙ୍ଗସାଥି, ନାଚଗୀତ, ଖେଳକୁଦ, ଖୁସି ମଜା ସବୁ କିଛି ଆଗଭଳି ଚାଲିବ । ଆମେ ପୁଣି ପାଠ ପଢିବା , ଆଗକୁ ବଢିବା ବୋଲି ସେ ପିଲାମାନଙ୍କୁ ଭରସା ଦେଇଛନ୍ତି ।ତେବେ କରୋନା ଏବେ ବି ହଟିନି । ଏବେ ବି ରାଜ୍ୟରେ କରୋନାର ପ୍ରକୋପ ଜାରି ରହିଛି । ତେଣୁ ଯଥା ସମ୍ଭବ ନିଜକୁ ସୁରକ୍ଷିତ ରଖିବା ସହିତ କରୋନା କଟକଣାକୁ ଅବଲମ୍ବନ କରିବାକୁ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଉପଦେଶ ଦେଇଛନ୍ତି ।

Comments (0)
Add Comment