ପିଲାଙ୍କ ଯାଦୁ ପେଡି ଖୋଲିଲେ ମୁଖ୍ୟମନ୍ତ୍ରୀ, ଏହି କିଟ୍‌କୁ ରାଜ୍ୟର ୪୫ ହଜାର ସ୍କୁଲକୁ ଦିଆଯିବ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଯାଦୁପେଡି ଭିତରେ ଥିବା ବିଭିନ୍ନ ସାମଗ୍ରୀ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀ ଏହି ପେଡି ଭିତରେ ଥିବା ସାମଗ୍ରୀ ଦେଖି ଖୁସି ବ୍ୟକ୍ତ କରି କହିଥିଲେ, ଛୋଟ ଛୋଟ ପିଲାମାନେ ନିଜ ପାରିପାର୍ଶ୍ଵିକ ଅଂଚଳରେ ବ୍ୟବହାର୍ଯ୍ୟ ସାମଗ୍ରୀ ଓ ଏହାର ଉପଯୋଗୀତା ବିଷୟରେ ଏହି ଯାଦୁପେଡିରେ ଥିବା ଖେଳନାରୁ ଶିଖି ପାରିବେ। ଶିଶୁ ମାନଙ୍କୁ ଏହି ଯାଦୁପେଡ଼ିର ଖେଳନା ଗୁଡିକ ଶିଖିବା ସହିତ ପାଠ ପ୍ରତି ମଧ୍ୟ ଆକର୍ଷିତ କରିବ। ସୂଚନାଯୋଗ୍ୟ ଯେ, ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ ଛୋଟ ଛୋଟ ପିଲାମାନଙ୍କ ପାଇଁ ଏହି ଯାଦୁପେଡିର ପରିକଳ୍ପନା କରାଯାଇଛି। ଏହାକୁ NCERT ଦ୍ୱାରା ପ୍ରସ୍ତୁତ କରାଯାଇଛି। ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ପାଇଁ ଏହି କିଟ୍ ପ୍ରଦାନ କରାଯିବ। ପ୍ରତ୍ୟେକ କିଟ୍ ପାଇଁ ପ୍ରାୟ ୨୦ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି। ରାଜ୍ୟର ୪୫ ହଜାର ସ୍କୁଲରେ ଏହାକୁ ଆବଣ୍ଟିତ କରାଯିବ ଏବଂ ସମୁଦାୟ ୯୦ କୋଟି ଟଙ୍କା ଖର୍ଚ୍ଚ ହେବ।a

The Chief Minister has opened the magic box of childrenthis kit will be given to 45