ଡାକୋଟାକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଜନ୍ମ ବାର୍ଷିକୀ। ଭୁବନେଶ୍ବର ବିମାନବନ୍ଦର ସମ୍ମୁଖରେ ଡାକୋଟା ବିମାନକୁ ସର୍ବସାଧାରଣଙ୍କ ପାଇଁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମନ୍ତ୍ରୀ ଟୁକୁନି ସାହୁ, ୫ଟି ସଚିବ ଭି କେ ପାଣ୍ଡିଆନ୍ ଓ ମେୟର ସୁଲୋଚନା ଦାସ ପ୍ରମୁଖ ସେଠାରେ ଉପସ୍ଥିତ ଥିଲେ।

ବିଜୁ ବାବୁଙ୍କ ଡାକୋଟା ବିମାନ ପଶ୍ଚିମବଙ୍ଗରେ ଥିବା ବେଳେ ଏହାକୁ ଫେରାଇ ଆଣିବାକୁ ଉଦ୍ୟମ କରିଥିଲେ ରାଜ୍ୟ ସରକାର। ଡାକୋଟା ଓଢ଼ିଶା ଆସିବା ପରେ ଏହାକୁ ବୁଧବାର ଟ୍ରଲରରେ ଆଣି କ୍ରେନ୍ ସାହାଯ୍ୟରେ ଭୁବନେଶ୍ୱର ବିମାନବନ୍ଦର ସମ୍ମୁଖରେ ଡାକୋଟା ବିମାନର ସଂସ୍ଥାପନା କରାଯାଇଥିଲା।

ମାର୍ଚ୍ଚ ୫ ତାରିଖ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ଏହାକୁ ଲୋକମାନଙ୍କୁ ପାଇଁ ଉତ୍ସର୍ଗ କରାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଥିଲେ। ଘୋଷଣା ମୁତାବକ ଆଜି ମୁଖ୍ୟମନ୍ତ୍ରୀ ଏହାର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଓ ମେୟର ସୁଲୋଚନା ଦାସ ପ୍ରମୁଖ ସେଠାରେ ଉପସ୍ଥିତ ଥିଲେ।