ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସ୍ଥିତି ସମୀକ୍ଷା : କହିଲେ,ଆଗାମୀ କିଛି ସପ୍ତାହ ଗୁରୁତ୍ୱପୂର୍ଣ୍ଣ, ଟିକାକରଣକୁ ଜୋରଦାର କରିବା ପାଇଁ ପରାମର୍ଶ

ରାଜ୍ୟରେ କୋଭିଡ ସଂକ୍ରମଣ ସ୍ଥିତି କୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି । ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ବର୍ଣ୍ଣନା କରି ସତର୍କ ରହିବା ପାଇଁ ଉଭୟ ଜନସାଧାରଣ ଓ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି । ଜନସାଧାରଣଙ୍କୁ ଏହି ପରିପ୍ରେକ୍ଷୀରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦିଓ ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ହସ୍ପିଟାଲାଇଜେସନ ବହୁତ କମ୍‌ ରହିଛି, ତଥାପି ଆମକୁ ଭବିଷ୍ୟତ ପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ । ସେହିପରି ରାଜ୍ୟରେ ଟିକାକରଣ କାର୍ୟ୍ୟକ୍ରମ ସନ୍ତୋଷଜନକ ରହିଥିଲେ ମଧ୍ୟ ଆଦୌ ଟିକା ନେଇ ନ ଥିବା ତଥା ଦ୍ବିତୀୟ ଡୋଜ ନେଇ ନ ଥିବା ଲୋକମାନଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହିସହିତ ବରିଷ୍ଠ ନାଗରିକ ତଥା ସମୂଖ ଯୋଦ୍ଧା ମାନଙ୍କର ଟିକାକରଣ ଖୁବ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥଲେ ଏବଂ ଏହା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଶେଷ ସହାୟକ ହେବ ବୋଲି କହିଥିଲେ ।

Comments (0)
Add Comment