ଦେଶ ପାଳନ କରୁଛି 75ତମ ସାଧାରଣତନ୍ତ୍ର ଦିବସ

ଆଜି ଦେଶ ପାଳନ କରୁଛି 75ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀଠୁ ପଲ୍ଲୀ ଏନେଇ ସବୁଠି ଉତ୍ସବର ମାହୋଲ୍। ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ମେଢ। ସେପଟେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ମଧ୍ୟ ପ୍ରଜ୍ଞାପନ ମେଢ ଗଡ଼ିବ ।

ଆଜି ୭୫ତମ ଗଣତନ୍ତ୍ର ଦିବସ। ଭାରତୀୟ ସମ୍ୱିଧାନ ପ୍ରଣୟନର ଦିନ। ଦିଲ୍ଲୀରୁ  ପଲ୍ଲୀ ସବୁଠି ଉଡୁଛି ତ୍ରିରଙ୍ଗା।ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ମେଢ। ସେପଟେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।  ଜାତୀୟ ଯୁଦ୍ଧ ସ୍ମାରକୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପତାକା ଉତ୍ତୋଳନ କରିବେ। ଆଉ କିଛି ସମୟର ଅପେକ୍ଷା।

ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ସହିଦ ହୋଇଥିବା ଆମର ଯବାନମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ । ସତ୍ୟ, ଶାନ୍ତି  ଅହିଂସା ନ୍ୟାୟ, ସମତା ଓ ବିକାଶର ରାସ୍ତାରେ ଆମେ ଚାଲୁଛୁ ।