ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧିପାଇବା ସହିତ ଓମିକ୍ରନ ଆକ୍ରାନ୍ତ ଙ୍କ ମାମଲା ମଧ୍ୟ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଏକ ଦୁଖଦଃ ଖବର ନଜର କୁ ଆସିଛି I ବଲାଙ୍ଗିର ଜିଲ୍ଲା ଆଗଲପୁରରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ମହିଳା ଜଣକ ଓମିକ୍ରନ ଆକ୍ରାନ୍ତ ଥିବା ବଲାଙ୍ଗିର ସିଡିଏମଓ ଡ଼. ସ୍ନେହଲତା ସାହୁ ସୂଚନା ଦେଇଛନ୍ତି । ସେ ଗତ ୨୩ ତାରିଖରେ ବୁର୍ଲା ମେଡିକାଲ ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କଠାରେ କୋଭିଡ୍ ଲକ୍ଷଣ ପରୀକ୍ଷା କରାଯାଇଥିଲା । ଏହାପରେ ସେ କୋଭିଡ୍ ସଂକ୍ରମିତ ଥିବା ଚିହ୍ନଟ ହୋଇଥିଲେ । ଜେନେମ ସିକ୍ବେନ୍ସିଂ ପାଇଁ ତାଙ୍କ ନମୁନା ପଠାଯାଇଥିଲା । ଏଥିରୁ ସେ ଓମିକ୍ରନ ସଂକ୍ରମିତ ଜଣ ପଡିବI ପରେ ଗତ ୨୭ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣା ଜଣା ପଡିବାପରେ ଡାକ୍ତରୀ ଦଳ ତାଙ୍କ ଘରେ ପହଞ୍ଚି ପରିବାର ସଦସ୍ୟ ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ସହ ମୃତକ ଙ୍କ କଣ୍ଟାକ୍ଟ ଟ୍ରେସିଙ୍ଗ କରାଯାଉଛି I

Comments (0)
Add Comment