ଭୁବନେଶ୍ବର : ସୋମବାରଠାରୁ ଡଲଫିନ ଗଣନା । ଗହିରମଥା ସାମୁଦ୍ରିକ ଅଭୟାରଣ୍ୟ ଓ ଭିତରକନିକା ଜାତୀୟ ଉଦ୍ୟାନରେ ଡଲଫିନ୍ ଗଣନା କରାଯିବ । ୨୭,୨୮ ଓ ୨୯ ତିନି ଦିନ ଧରି ଚାଲିବ ଡଲଫିନ୍ ଗଣନା ଧାମରା ମୁହାଣ ଠାରୁ ଦେବୀ ମୁହାଣ ଯାଏଁ ସମୁଦ୍ର ମଧ୍ୟରେ ଏବଂ ଭିତରକନିକା ମଧ୍ୟରେ ଥିବା ନଦୀ ନାଳ ମାନଙ୍କରେ ଡଲଫିନ ଗଣନା କରାଯିବ । ଗଣନା ସମୟରେ ବାଇନାକୁଲାର, ଜିପିଏସ, କ୍ୟାମେରା ଓ ହ୍ୟାଣ୍ଡିକ୍ୟାମ ପ୍ରଭୃତି ସାମଗ୍ରୀ ବ୍ୟବହାର କରାଯିବ । ସକାଳ ୬ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହୋଇ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି । ଭିତରକନିକା ସଲଗ୍ନ ନଦୀ,ନାଳ ଓ ସମୁଦ୍ରରେ ୫ପ୍ରଜାତିର ଡଲଫିନ ଦେଖାଯାଇଥାନ୍ତି । ୨୦୧୫ରୁ ଗହୀରମଥା ଓ ଭିତରକନିକା ଅଞ୍ଚଳରେ ଡଲଫିନ ଗଣନା କରାଯାଉଛି ।