ଭୁବନେଶ୍ୱର: ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ବିଶିଷ୍ଟ ମହିଳାମାନଙ୍କୁ ସମ୍ମାନିତ କରିବା ପାଇଁ ଭୁବନେଶ୍ୱରସ୍ଥିତ ମେ’ଫେୟାର କନଭେନସନଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଦକ୍ଷ ନେତୃତ୍ୱ ଓ ମାର୍ଗଦର୍ଶନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମାନ୍ୟବର ରାଜ୍ୟପାଳଙ୍କ ପତ୍ନୀ ତଥା ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ କମ୍ଭମପାଟି ଜୟଶ୍ରୀ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଡଃ ପ୍ରିୟଙ୍କା ମାରାଣ୍ଡି, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ, ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଡଃ ମୃଣାଳିନୀ ଦର୍ସୱାଲ, ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ମାନସୀ ନିମ୍ଭାଲ, ସମେତ ରାଜ୍ୟର ଅନେକ ବିଶିଷ୍ଟ ଅତିଥି ଏବଂ ସଫଳ ମହିଳାମାନେ ଯୋଗ ଦେଇଥିଲେ।