ରାଷ୍ଟ୍ରପତି ଓ ପ୍ରଧାନ ମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେବାର ୬ ଦିନ ପରେ ରଘୁବର ଦାସ ସୋମବାର ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ଦାୟିତ୍ୱ ଗ୍ରହଣ କରିବା ପରେ ରଘୁବର ଦାସ ପ୍ରଥମ ଥର ପାଇଁ ରାଜଧାନୀ ଗସ୍ତରେ ଆସି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ତାଙ୍କ ସହ ଅନେକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଓଡ଼ିଶାର ରାଜ୍ୟପାଳ ହେବା ପୂର୍ବରୁ ରଘୁବର ଦାସ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ, ରାଷ୍ଟ୍ରପତି ନିର୍ବାଚିତ ହେବା ପୂର୍ବରୁ ମୁର୍ମୁ ଝାଡଖଣ୍ଡର ରାଜ୍ୟପାଳ ମଧ୍ୟ ଥିଲେ।

ଗତ ଅକ୍ଟୋବର ୩୧ ତାରିଖରେ ଭୁବନେଶ୍ୱର ରାଜଭବନରେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଥିଲେ।