କମୁଛି ସଂକ୍ରମଣ, ଦିନକରେ ୧୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଧୀରେ ଧୀରେ କରୋନା ଗ୍ରାଫ୍‌ ତଳମୁହାଁ ହେବାରେ ଲାଗୁଛି। ସଂକ୍ରମଣର ଧାରା ବହୁ ମାତ୍ରାରେ କମିବାରେ ଲାଗିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ମାତ୍ର ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୦ଟି ସକ୍ରିୟ ମାମଲା ରହିଥିବା ବେଳେ ୧୩୨୬୬୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୩୬୮୭୪ ନମୁନା ପରୀକ୍ଷା ହୋଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

The number of infections is decreasing