ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ଦିଆଯାଉ

ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ପାଇଁ ପ୍ରତିଶୃତି ଦେଇଥିଲେ ପୂର୍ବତନ ମନ୍ତ୍ରୀ ପ୍ରକାଶ ଜାଭେଦକର। ଏହାକୁ ମଧ୍ୟ ପାଠ୍ୟକ୍ରମରେ ସାମିଲ କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଥିଲା। ତେଣୁ ଆଜି ପାଇକ ବିଦ୍ରୋହକୁ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ନ ମିଳିବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଗୃହରେ ପ୍ରତିବାଦ ପରେ ଜୟୀ ରାଜଗୁରୁ ଙ୍କ ମୁଖା ପିନ୍ଧି ବିଧାନସଭାରେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି ବିଜେଡି ବିଧାୟକ । ଏ ସମ୍ପର୍କୀତ ଏକ ପ୍ରଶ୍ନର ଉତ୍ତରରେ ସେଭଳି କିଛି ପ୍ରସ୍ତାବ ନଥିବା କହିଥିଲେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ବୋଲି କହିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା ।

Comments (0)
Add Comment