ରିମାଣ୍ଡ ସରିଲା, ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କୁ ଚାନ୍ଦବାଲି କୋର୍ଟରେ ହାଜର କଲା କ୍ରାଇମବ୍ରାଞ୍ଚ

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କ ୫ ଦିନିଆ ରିମାଣ୍ଡ ଅବଧି ସରିଲା ପରେ ତାଙ୍କୁ ଚାନ୍ଦବାଲି କୋର୍ଟରେ ହାଜର କରିଛି କ୍ରାଇମବ୍ରାଞ୍ଚ । ଏହା ସହିତ ପୁଣି ଥରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ ଆବେଦନ କରିବ ବୋଲି ସୂଚନା ମିଳିଛି । ମାମଲାରେ ଅଧିକ ତଦନ୍ତର ଆବଶ୍ୟକତା ଥିବାରୁ ଆଉ ଅଧିକ ୫ ଦିନିଆ ରିମାଣ୍ଡ ନେବାକୁ କ୍ରାଇମବ୍ରାଞ୍ଚ ଆବେଦନ କରିବ ବୋଲି ସୂଚନା ମିଳିଛି । ସେପଟେ ଯାଞ୍ଚ ବେଳେ ଶର୍ମିଷ୍ଠାଙ୍କ ଘରୁ ମିଳିଥିବା ନିରଞ୍ଜନଙ୍କ ଡାଏରୀକୁ ନେଇ ତଦନ୍ତ କରାଯିବ । ଗତକାଲି ରିମାଣ୍ଡର ଶେଷ ଦିନରେ ସଂପୂର୍ଣ୍ଣ ୱେବ ପୋର୍ଟାଲ ଅଫିସକୁ ଶର୍ମିଷ୍ଠା ରାଉତ ଓ ନିରଞ୍ଜନ ସେଠୀଙ୍କୁ ନେଇ ଅଧିକ ତଥ୍ୟ ଆଦାୟ କରିଥିଲା କ୍ରାଇମବ୍ରାଂଚ । ଶର୍ମିଷ୍ଠା ରାଉତଙ୍କ ବେଡରୁମରୁ ନିରଞ୍ଜନ ସେଠୀଙ୍କ ଏକ ବ୍ୟକ୍ତିଗତ ଡାଏରୀ ମିଳିଥିଲା । ଏହି ଡାଏରୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଥିବା ଅନୁମାନ କରାଯାଉଛି । କ୍ରାଇମବ୍ରାଞ୍ଚ ହାତରେ କିଛି ସୁରାଗ୍ ମିଳିଥିବା କୁହାଯାଉଛି । ୫ ଦିନିଆ ରିମାଣ୍ଡରେ ଆଣି କ୍ରାଇମ ସିନ୍ ରିକ୍ରିଏସନ କରିବା ସହ ଅଧିକ ତଥ୍ୟ ହାସଲ କରିଛି କ୍ରାଇମବ୍ରାଞ୍ଚ । ତଦନ୍ତ ପ୍ରକ୍ରିୟା ରେ ଅଧିକ ତଥ୍ୟ ହାସଲ କରିବା ପାଇଁ ପୁଣି ଥରେ ରିମାଣ୍ଡ ରେ ଆଣିବ କ୍ରାଇମବ୍ରାଞ୍ଚ ।