୨୦ ସୁଦ୍ଧା ବାହାରିବ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା ରେଜଲ୍ଟ

ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା ରେଜଲ୍ଟ । ଅନଲାଇନ ପରୀକ୍ଷା ଫଳ କୁ ନେଇ ଅସନ୍ତୁଷ୍ଟ ଥିବା ଦଶମ ଶ୍ରେଣୀ ପ୍ରାଥୀ ମାନେ ପୁଣି ଥରେ ଅଫଲାଇନ୍‌ ରେ ମାଟ୍ରିକ ପରୀକ୍ଷା ଦେଇଥିଲେ I ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ କହିଛନ୍ତି ଯେ ଗତବର୍ଷଠାରୁ ଶୀଘ୍ର ଆରମ୍ଭ ହେବ ଯୁକ୍ତ ୨ ନାମଲେଖା । ଅଫଲାଇନ୍‌ ପରୀକ୍ଷା ଦେଇଥିବା ପିଲାଙ୍କୁ ବି ନାମ ଲେଖା ପାଇଁ ଯଥେଷ୍ଟ ସୁଯୋଗ ମିଳିବ ବୋଲି ମନ୍ତ୍ରୀ କହିଛନ୍ତି I
ଏନେଇ ମନ୍ତ୍ରୀ କହିଛନ୍ତି, ଗତ ବର୍ଷ ଅଗଷ୍ଟ ୨୧ରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା କିନ୍ତୁ ଏହି ବର୍ଷ ଏହାର ସପ୍ତାହକ ପୂର୍ବରୁ ଆରମ୍ଭ ହେବ ଆଡ଼ମିଶନ ପ୍ରକ୍ରିୟା ।
ଅପରପକ୍ଷେ, ମାଟ୍ରିକ ଅଫଲାଇନ୍‌ ଖାତା ଦେଖା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ଆସନ୍ତା ୨୦ ତାରିଖ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ଏଥିପାଇଁ ବୋର୍ଡ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଖୁବ୍‌ ଶୀଘ୍ର ତାରିଖ ଘୋଷଣା କରାଯିବ ।

Comments (0)
Add Comment