ପାର୍ବଣ ଋତୁ ପାଇଁ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର

ଆସିଗଲା ପାର୍ବଣ ଋତୁ,ଜନ୍ମାଷ୍ଟମୀ ପରେପରେ ଅଗ୍ରପୂଜ୍ୟ ଶ୍ରୀ ଗଣେଶ ଙ୍କ ଠାରୁ ପୂଜା ସମୟ ଆରମ୍ଭ ହୋଇଯିବ I କିନ୍ତୁ ଏଯାଏ କରୋନା ୨ୟ ଲହର ର ପ୍ରକୋପ କମିନାହିଁ ,ତେଣୁ ଏହି ପୂଜା ପାର୍ବଣ ଋତୁ ପାଇଁ ରାଜ୍ୟ ସରକାର ଜାରି କରିଛନ୍ତି ଗାଇଡଲାଇନ। ଆଗକୁ ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ଆଦି ପଡ଼ୁଥିବା ବେଳେ ସରକାର ବିଭିନ୍ନ କଟକଣା ସହିତ ଗାଇଡଲାଇନ ଜାରି କରିଛନ୍ତି।
ଗାଇଡ୍‌ଲାଇନ୍‌ରେ କ’ଣ ରହିଛି ଚୁମ୍ବକରେ ଜାଣି ନିଅନ୍ତୁ
• କଟକଣା ସହ ପୂଜା ଆୟୋଜନ ପାଇଁ ପୂଜା କମିଟି ଗୁଡ଼ିକୁ ଅନୁମତି
• ମଣ୍ଡପ, ପେଣ୍ଡାଲରେ ପୂଜା ପାଇଁ ଅନୁମତି ନେବା ଜରୁରୀ
• ଜିଲ୍ଲାରେ ଜିଲ୍ଲାପାଳ ଓ ଟୁଇନ ସିଟିରେ ସିପିଙ୍କ ଅନୁମତି ଆବଶ୍ୟକ
• କେବଳ ପରମ୍ପରା ରକ୍ଷା ପାଇଁ ନିରାଡ଼ମ୍ବର ଭାବେ ପୂଜା କରାଯିବ
• କୌଣସି ସାଜସଜ୍ଜା ହୋଇପାରିବ ନାହିଁ
• ମଣ୍ଡପକୁ ଶ୍ରଦ୍ଧାଳୁ ଆସି ପାରିବେ ନାହିଁ
• ମଣ୍ଡପ ତିନି ପାର୍ଶ୍ୱରୁ ବନ୍ଦ ରହିବ। ଗୋଟିଏ ପାର୍ଶ୍ୱ ସାମାନ୍ୟ ଖୋଲା ରହିବ
• ମଣ୍ଡପରେ ସାଧାରଣ ଦର୍ଶନାର୍ଥୀଙ୍କ ଦର୍ଶନ ପାଇଁ ବ୍ୟବସ୍ଥା ରହିବ ନାହିଁ
• ମଣ୍ଡପରେ ପ୍ରତିମା ଉଚ୍ଚତା ୪ ଫୁଟରୁ କମ୍ ରଖିବାକୁ ନିର୍ଦ୍ଦେଶ
• ପୂଜା ମଣ୍ଡପରେ ଏକ ସମୟରେ ୭ ଜଣରୁ ଅଧିକ ଲୋକ ଏକାଠି ରହିପାରିବେ ନାହିଁ
• ପୂଜକ, ଆୟୋଜକ ଓ କର୍ତ୍ତାଙ୍କୁ ମିଶାଇ ୭ ଜଣରୁ ଅଧିକ ରହି ପାରିବେନି
• ବିସର୍ଜନ ଶୋଭାଯାତ୍ରା ମନା, ଅସ୍ଥାୟୀ ପୋଖରୀରେ ହେବ ବିସର୍ଜନ
• ମେଲୋଡ଼ି, ଭଜନ ସଂଧ୍ୟା ଭଳି କୌଣସି ମନୋରଂଜନ କାର୍ଯ୍ୟ ଆୟୋଜନ କରାଯାଇ ପାରିବ ନାହିଁ
• ପୂଜାରେ ଭୋଜିଭାତ କରିବାକୁ ଅନୁମତି ନାହିଁ
• ଗାଇଡଲାଇନ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ
• ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗଣେଶ ପୂଜାକୁ ଅନୁମତି ମିଳିଛି
• ଅଳ୍ପ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ହୋଇପାରିବ ଗଣେଶ ପୂଜା
• ସମସ୍ତ କୋଭିଡ ନିୟମ ମାନି ଗଣେଶ ପୂଜା କରିବାକୁ ଅନୁମତି ଦିଆଯାଇଛି

Comments (0)
Add Comment