ଭାରତ ସରକାରଙ୍କ ପ୍ରଚେଷ୍ଟାରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ‘ଶୀତଳ ଷଷ୍ଠୀ’ ପର୍ବକୁ ଆଗକୁ ନେବାର ପ୍ରଚେଷ୍ଟା କରାଯିବ-ଧର୍ମେନ୍ଦ୍ର ପ୍ରଧାନ
– ନନ୍ଦପଡ଼ା, ଝାଡ଼ୁଆପଡ଼ା, ମୁଦିପଡ଼ା ଏବଂ ଏବଂ ବାଲିବନ୍ଧାରେ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହେଲେ
ସମ୍ବଲପୁର, ଜୁନ 05- କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ସମ୍ବଲପୁରରେ ଶିବ-ପାର୍ବତୀ ଦେବଦମ୍ପତ୍ତିଙ୍କ ଅନନ୍ୟ ପରମ୍ପରାର ପର୍ବ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହୋଇଛନ୍ତି ।
ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ସମ୍ବଲପୁରରେ ଶୀତଳ ଷଷ୍ଠୀ ଉତ୍ସବର ମହାନ୍ ପରମ୍ପରାରେ ସାମିଲ ହୋଇ ନିଜକୁ ସୌଭାଗ୍ୟଶାଳୀ ମନେ କରୁଛି । ଭକ୍ତମାନେ ଆଜି ମହାଦେବ ଓ ମାତା ପାର୍ବତୀଙ୍କ ଯୁଗଳ ମୂର୍ତ୍ତି ଦର୍ଶନ କରୁଛନ୍ତି । ଭାଗ୍ୟରେ ଥିଲେ ଏହି ପର୍ବ ଦେଖିବାକୁ ମିଳିଥାଏ । ଆଗାମୀ ଦିନରେ ଭାରତ ସରକାରଙ୍କ ପ୍ରଚେଷ୍ଟାରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ‘ଶୀତଳ ଷଷ୍ଠୀ’ ପର୍ବକୁ ଆଗକୁ ନେବାର ପ୍ରଚେଷ୍ଟା କରାଯିବ ବୋଲି ସେ କହିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନନ୍ଦପଡ଼ା, ଝାଡ଼ୁଆପଡ଼ା, ମୁଦିପଡ଼ା ଏବଂ ଏବଂ ବାଲିବନ୍ଧାରେ ‘ଶୀତଳ ଷଷ୍ଠୀ’ ଯାତ୍ରାରେ ସାମିଲ ହୋଇଥିଲେ ।