ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ୧୮ ତାରିଖରେ ୬ ଘଣ୍ଟିଆ ରେଳରୋକ ଡାକରାକୁ କଂଗ୍ରେସର ସମର୍ଥନ

ସୋମବାର ୧୮ତାରିଖରେ ଦେଶବ୍ୟାପୀ ୬ଘଣ୍ଟିଆ ରେଳରୋକ ଡାକରାକୁ ଓଡ଼ିଶାରେ କଂଗ୍ରେସ ସମର୍ଥନ କରିଛି। ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ରେଳରୋକ କରାଯିବାର କାର୍ଯ୍ୟକ୍ରମ ରହିଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରି କୃଷକ ଗଣହତ୍ୟା ରେ ଏ ପର୍ଯ୍ୟନ୍ତ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହୋଇନାହିଁ ଏପରିକି କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରାଯାଇ ନାହିଁ ତେଣୁ ଅପରାଧୀ ମାନଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡଦେବା ଏବଂ କୃଷକ ବିରୋଧୀ କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ୧୮ ତାରିଖରେ ୬ ଘଣ୍ଟିଆ ରେଳରୋକ ଡାକରାକୁ ଭାରତୀୟ ଜାତୀୟ କଂଗ୍ରେସର ସମର୍ଥନ କରିବାପାଇଁ ନିଷ୍ପତ୍ତି ନେଇଛି ।

ରାଜ୍ୟର ସମସ୍ତ କଂଗ୍ରେସ ନେତୃବୃନ୍ଦ, ସାଂସଦ, ବିଧାୟକ, ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ, ସାମୁଖ୍ୟ ଓ ପ୍ରକୋଷ୍ଠର କର୍ମକତା, ସାଂସଦ ଓ ବିଧାୟକ ପ୍ରାର୍ଥୀ, କୃଷକ, ଶ୍ରମିକ ଓ ଜନସାଧାରଣ ଆସନ୍ତା ସୋମବାର ଦିନ ୧୦ ଘଟିକାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ରେଳରୋକରେ ସାମିଲ ହୋଇ ରେଳରୋକ ଡାକରା କାର୍ଯ୍ୟକ୍ରମକୁ ସଫଳ କରିବାକୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି ।

Comments (0)
Add Comment