ରାଜ୍ୟରେ ଆଉ ୧୪ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪ ନୂଆ ଓମିକ୍ରନ୍ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୫କୁ ବୃଦ୍ଧି ପାଇଛି ଏନେଇ ଆଇଏଲଏସ୍ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି ।

ସୂଚନାନୁସାରେ ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ ଓମିକ୍ରନ୍ ସଂକ୍ରମିତ ହୋଇଥିବା ବେଳେ ୮ ତାରିଖରେ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଡିସେମ୍ବର ୨୭ ତାରିଖରେ ବଲାଙ୍ଗୀର ଜିଲ୍ଲାରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଥିଲା I

Comments (0)
Add Comment