ରାଜ୍ୟରେ ୧୭୩ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ପାଖାପାଖି ସ୍ଥିର ହୋଇ ରହିଛି I ଗତ କିଛି ସପ୍ତାହ ଧରି ସଂକ୍ରମିତ ଙ୍କ ସଂଖ୍ୟା ବଢ଼ୁଥିବାରୁ ଗତ କାଲି ରାଜ୍ୟରୁ ୧୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବରରୁ ୧ ଜଣ, ଭଦ୍ରକରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୨ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୪ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରୁ ୧ ଜଣ, ଯାଜପୁରରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧାରୁ ୮୪ ଜଣ, ମୟୂରଭଞ୍ଜରୁ ୧ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Comments (0)
Add Comment