ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ୬୦୦ ପାର କରିଥିବାବେଳେ ଆଜି କରୋନା ଗ୍ରାଫ ତଳକୁ ଖସି ଆସିଛି ଇ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରେ ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରାୟ ଏକ ସପ୍ତାହ ଧରି ୫୦୦ ଉପରେ ରହୁଥିବା ସଂକ୍ରମଣ ଆଜି ତଳକୁ ଖସିଆସିଛି । ଚିହ୍ନଟ ହୋଇଥିବା ୪୪୮ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦ ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟମାନଙ୍କ ମଧ୍ୟରୁ ୫୯ ଜଣଙ୍କ ହେଉଛନ୍ତି କିଶୋର ଏବଂ ଛୋଟପିଲା । ସେହିପରି ମୋଟ ୪୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୯ ଜଣ କ୍ବାରାଣ୍ଟାଇନରୁ ଓ ୧୮୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ସରକାରୀ ତଥ୍ୟରୁ ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୪୪୮ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୨ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୪୮ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୪ ଜଣ, ଗଜପତି ଓ ଗଞ୍ଜାମରୁ ଜଣେ ଲେଖାଏଁ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୧୩ ଜଣ, କେନ୍ଦୁଝରରୁ ୩ଜଣ, କୋରାପୁଟ ଓ ମାଲକାନଗିରିରୁ ୨ଜଣ ଲେଖାଏଁ, ମୟୁରଭଞ୍ଜରୁ ୧୭ ଜଣ, ନବରଂଗପୁରରୁ ଜଣେ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୨ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୩୨୧୪୪ ଜଣ ପଜିଟିଭ ଚିହ୍ନଟ ହେଲେଣି । ଏମାନଙ୍କ ଭିତରୁ ୧୦୧୮୭୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୦୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।